ରାଜ୍ୟର ୪ଟି ବନ୍ଦରକୁ ସତର୍କ ସୂଚନା: ୩ ନମ୍ବର ବିପଦ ସଙ୍କେତ ଜାରି କଲା ପାଣିପାଗ ବିଭାଗ

209

କନକ ବ୍ୟୁରୋ: ରାଜ୍ୟର ୪ଟି ବନ୍ଦର ପାଇଁ ସତର୍କ ସୂଚନା ଜାରି । ସତର୍କ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ । ଗୋପାଳପୁର, ପୁରୀ, ପାରାଦୀପ, ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି ହୋଇଛି । ଏହି ସବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ସାମ୍ଭାବ୍ୟ ବାତ୍ୟାକୁ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ବର୍ତମାନ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବେଳେ ୧୨ଘଂଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ଏହା ବାତ୍ୟାରେ ପରିଣତ ହୋଇପାରେ ବୋଲି ପୁର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ତମାନ ଏହା ଗୋପାଳପୁରଠାରୁ ପଶ୍ଚିମ, ଦକ୍ଷିଣ-ପଶ୍ଚିମକୁ ୫୧୦ କିଲୋମିଟର ଓ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୫୯୦କିଲୋମିଟର ଦୂର ପଶ୍ଚିମକୁ ରହିଛି ।