କନକ ବ୍ୟୁରୋ : ଆଜିଠାରୁ କଟକ-ଭୁବନେଶ୍ୱର ଟ୍ୱିନସିଟିରେ ବନ୍ଦ ରହିବ ସମସ୍ତ ସପିଂ ମଲ । ଓଡିଶା ସହରାଂଚଳ ପୋଲିସ ଆଇନର ଧାରା ୩୫ ଅନୁସାରେ ଆଗାମୀ ମାର୍ଚ୍ଚ ୩୧ ତାରିଖ ଯାଏଁ ସମସ୍ତ ମଲ ବନ୍ଦ ରହିବ ବୋଲି ଟ୍ୱିଟ କରି ସୂଚନା ଦେଇଛି କମିଶନରେଟ ପୋଲିସ । ଏଥିପାଇଁ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ନିର୍ଦ୍ଦେଶ ଦେଇଥିବା ଟ୍ୱିଟରରେ କୁହାଯାଇଛି । ଏପରିକି କମିଶନରେଟ ପୋଲିସ ଅଂଚଳରେ ଯେଭଳି କୌଣସିି ମଲ ଖୋଲା ନରୁହେ ସେଥିପାଇଁ ପଦକ୍ଷେପ ନେବାକୁ ଉଭୟ କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।
କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅନେକ ମୁକାବିଲା ମୂଳକ ପଦକ୍ଷେପ ନେଇଛନ୍ତି । ମାର୍ଚ୍ଚ ୩୧ ଯାଏଁ ସିନେମା ହଲ, ସୁଇମିଂ ପୁଲ ଓ ଜିମ୍ ବନ୍ଦ ରଖିବାକୁ କୁହାଯାଇଥିଲା । ଏବେ କଟକ-ଭୁବନେଶ୍ୱର ଦୈତନଗରୀରେ ସପିଂ ମଲ ବନ୍ଦ କରିବାକୁ ନିଷ୍ପତ୍ତି କରି କମିଶନରେଟ ପୋଲିସ ଏଥିରେ ଆଉଗୋଟିଏ ପଦକ୍ଷେପ ଯୋଡିଛି । ମାର୍ଚ୍ଚ ୩୧ ତାରିଖ ଯାଏଁ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା ହୋଇଛିି । ସେମିନାର, ୱାର୍କସପ୍, କନଫରେନ୍ସ ଉପରେ କଟକଣା ଲଗାଯାଇଛି । ଧର୍ମୀୟ ଉତ୍ସବ ଓ ବିବାହ ଭୋଜି ଭଳି ସାମାଜିକ କାର୍ଯ୍ୟକ୍ରମ ଗୁଡିକୁ ନିୟନ୍ତ୍ରିତ କରାଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/03/MALL.jpg)