କନକ ବ୍ୟୁରୋ: ଆସନ୍ତାକାଲି ଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ଏନେଇ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଅଧିବେଶନ ଯେପରି ସୁରୁଖୁରରେ ଚାଲିବ, ସେ ନେଇ ସବୁ ଦଳଙ୍କ ସହ ଆଲୋଚନା କରିବେ ବାଚସ୍ପତି ।
ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ ହେବ ବୋଲି ସ୍ଥିର ହୋଇଛି । ସେପଟେ ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ରଣନୀତି ପ୍ରସ୍ତୁତ କରୁଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳର ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି । ସେପଟେ କଂଗ୍ରେସର ବିଧାୟକ ଦଳ ବୈଠକ କାଲି ବସିବ । ବିଜେଡି ମଧ୍ୟ କାଲି ବିଧାୟକ ଦଳ ବୈଠକ କରିବ । କାଲି ଠାରୁ ଆରମ୍ଭ ହେଉଥିବା ଶୀତ ଅଧିବେଶନ ୩୦ ତାରିଖ ଯାଏଁ ଚାଲିବ । ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/3-29.jpg)