କନକ ବ୍ୟୁରୋ : ବଜେଟ୍ ଅଧିବେଶନ ପୂର୍ବରୁ ଆରମ୍ଭ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଯୋଗ ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ବିଜେପି ତରଫରୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଉପସ୍ଥିତ ରହିଛନ୍ତି । ଏହା ସହ ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇଛନ୍ତି ।
ତେବେ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ । ତେବେ ବିକ୍ଷୋଭ ଓ ଧାରଣାସ୍ଥଳ ଉପରେ ପୋଲିସର କଡା ନଜର ରହିବ ବୋଲି କହିଛନ୍ତି ପୋଲିସ ଡିଜି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/02/14-14.jpg)