ଭୁଲ ଟୀକାକରଣ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ । ମେଡିକାଲ ପରିସରରେ ପରିବାର ଲୋକଙ୍କ ପକ୍ଷରୁ ଉତ୍ତେଜନା ।

105

କନକ ବ୍ୟୁରୋ: ଭୁଲ ଟୀକାକରଣ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, ମେଡିକାଲ ପରିସରରେ ପରିବାର ଲୋକଙ୍କ ପକ୍ଷରୁ ଉତ୍ତେଜନା । ଘଟଣା ସ୍ଥଳରେ ପହଞ୍ଚି ପୋଲିସର ତଦନ୍ତ ଆରମ୍ଭ । ଗଞ୍ଜାମ ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି । ବୁଗୁଡା ନେଳିଆବନ୍ଧ ମାଗି ନାୟକଙ୍କ ୬ମାସର ଶିଶୁପୁତ୍ରକୁ ବୁଧବାର ଟୀକାକରଣ କେନ୍ଦ୍ରରେ ଟୀକା ଦିଆଯାଇଥିଲା । ଟୀକା ନେବା ପରେ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ବିଗିଡିଯିବାରୁ ମେଡିକାଲକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଭୁଲ ଟୀକା ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ମେଡିକାଲ ପରିସରରେ ବ୍ୟାପକ ଭଙ୍ଗାରୁଜା କରାଯିବା ସହ ଉତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ବୁଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।