କନକ ବ୍ୟୁରୋ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ । ଅଭିଯୋଗ ଅନୁସାରେ ଭୁବନେଶ୍ୱରରେ ରହୁଥିବା ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କୁ ଗର୍ଭବେଦନା ହେବା ପରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ସନ୍ତାନ ପ୍ରସବ ପରେ ପୁଅ ହୋଇଛି ବୋଲି ନର୍ସ ଜଣାଇଥିଲେ । ହେଲେ ତାଙ୍କୁ ଶିଶୁ ହସ୍ତାନ୍ତର ବେଳେ ତାଙ୍କୁ କନ୍ୟା ସନ୍ତାନ ଦିଆଯାଇଥିଲା । ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ପରିବାର । ଅଭିଯୋଗ ପରେ ଘଟଣାର ତଦନ୍ତ କରାଯିବା ନେଇ ସୂଚନା ଦେଇଛନ୍ତି ନିର୍ଦ୍ଦେଶକ । ଏହା ସହ ଡିଏନଏ ଟେଷ୍ଟ କରାଯିବ ବୋଲି ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ : ସନ୍ତାନ ପ୍ରସବ ପରେ ପୁଅ ବଦଳରେ ଦେଲେ ଝିଅ
/kanak/media/post_attachments/wp-content/uploads/2023/09/vlcsnap-2023-09-26-14h28m48s854.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)