୧୮ ବର୍ଷ ପରେ ପୁଣି ଫେରିଲା ମଙ୍କିପକ୍ସ ଭୂତାଣୁ । ଆମେରିକାରେ ଜଣେ ବ୍ୟକ୍ତି ଆକ୍ରାନ୍ତ ।

Advertisment
୧୮ ବର୍ଷ ପରେ ପୁଣି ଫେରିଲା ମଙ୍କିପକ୍ସ ଭୂତାଣୁ । ଆମେରିକାରେ ଜଣେ ବ୍ୟକ୍ତି ଆକ୍ରାନ୍ତ ।

କନକ ବ୍ୟୁରୋ : ପ୍ରାୟ ଦୁଇ ଦଶନ୍ଧି ପରେ ପ୍ରଥମ ଥର ପାଇଁ ଆମେରିକାର ଟେକ୍ସାସରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଏହି ଭୂତାଣୁ ଏତେ ପ୍ରଭାବୀ ହୋଇନଥିଲେ ମଧ୍ୟ ଏହା ଜଣଙ୍କଠାରୁ ଆଉ ଜଣଙ୍କୁ ବ୍ୟାପିବାର ଆଶଙ୍କା ରହିଛି । ସାରା ବିଶ୍ୱ ଏବେ କରୋନା ଭଳି ଭୂତାଣୁ ସହ ଲଢ଼ୁଥିବା ବେଳେ ‘ମଙ୍କିପକ୍ସ’କୁ ନେଇ ଏବେ ଲୋକଙ୍କ ଚିନ୍ତା ବଢିଛି । ‘ମଙ୍କିପକ୍ସ’ ଦ୍ୱାରା ଆକ୍ରାନ୍ତ ହୋଇଥିବା ରୋଗୀ ଜଣେ ଆମେରିକୀୟ ବାସିନ୍ଦା, ଯିଏ କିଛି ଦିନ ପୂର୍ବରୁ ନାଇଜେରିଆରୁ ଫେରିଥିଲେ।

ଏବେ ନାଇଜେରିଆରୁ ଟେକ୍ସାସ ଆସିବା ବାଟରେ ତାଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି, ସେ ନେଇ ସନ୍ଧାନ ଆରମ୍ଭ ହୋଇଛି। କରୋନା ଭୂତାଣୁ ଭଳି ‘ମଙ୍କିପକ୍ସ’ ଭୂତାଣୁ ମଧ୍ୟ ନିଶ୍ୱାସ ମାଧ୍ୟମରେ ଶରୀରକୁ ଯିବାର ଆଶଙ୍କା ରହିଛି । ହେଲେ କରୋନା ପାଇଁ ସମସ୍ତେ ବିମାନରେ ମାସ୍କ ପିନ୍ଧିଥିବାରୁ ‘ମଙ୍କିପକ୍ସ’ ଭୂତାଣୁ କାହା ଶରୀରକୁ ପ୍ରବେଶ କରିନଥିବ ବୋଲି  ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର  ଭାବୁଛି ।

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁଯାୟୀ ‘ମଙ୍କିପକ୍ସ’ ଏକ ବିରଳ ରୋଗ, ଯାହା ମଧ୍ୟ ଏବଂ ପଶ୍ଚିମ ଆଫ୍ରିକାର ଦୁର୍ଗମ ଅଞ୍ଚଳରେ ଦେଖାଯାଏ। ଏହି ଭୂତାଣୁ ପଶୁମାନଙ୍କ ଶରୀରରେ ବାସ କରନ୍ତି । କିନ୍ତୁ ଏହା ବେଳେବେଳେ ପଶୁମାନଙ୍କଠାରୁ ମଣିଷଙ୍କ ଶରୀରକୁ ଆସିଯାଇଥାଏ। ଏହା ପୂର୍ବରୁ ୨୦୦୩ରେ ଆମେରିକାରେ ‘ମଙ୍କିପକ୍ସ’ ଦ୍ୱାରା ୪୭ଜଣ ଆକ୍ରାନ୍ତ ହୋଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe