ଓଡ଼ିଶା ଆସୁଛନ୍ତି ଅମିତ୍ ଶାହା, ଜେପି ନଡ୍ଡା ଓ ରାହୁଲ ଗାନ୍ଧୀ । ଭୁବନେଶ୍ୱରରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ ଜେପି ନଡ୍ଡା । ବଲାଙ୍ଗୀରରେ ଶକ୍ତି ପ୍ରଦର୍ଶନ କରିବେ ରାହୁଲ ।

154

କନକ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହା । ଦିନ ୧୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ ଶାହା । ସେଠାରୁ ସ୍ୱତନ୍ତ୍ର ବିମାନ ଯୋଗେ ଗଞ୍ଜାମର ସୋରଡା ଯିବେ । ସୋରଡାରେ ଆସ୍କା ସଂସଦୀୟ କ୍ଷେତ୍ର ପାଇଁ ପ୍ରଚାର କରିବେ । କଟକରେ ବି ରୋଡ ସୋ’ କରିବେ ଅମିତ୍ ଶାହା । ସେଥିପାଇଁ ରାଜ୍ୟ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆଜି ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକମରେ ଯୋଗଦେବେ । ସେହିପରି ଲୋକସଭା ବାଚସ୍ପତି ଓମ ବିର୍ଲା ଆଜି ସକାଳେ ୧୦ଟା ୩୦ରେ ବିଜେପିର କର୍ମକର୍ତା ବୈଠକରେ ଯୋଗଦେବେ । ସନ୍ଧ୍ୟାରେ ସମ୍ବଲପୁରରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଓମ୍ ବିର୍ଲା ।

ସେହିପରି କଂଗ୍ରେସର ମନୋବଳ ବଢ଼ାଇବା ପାଇଁ ରାହୁଲ ଗାନ୍ଧୀ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । ବଲାଙ୍ଗିରରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ରାହୁଲ ଗାନ୍ଧୀ । ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାହୁଲ । ଏହାପରେ ସିଧା ବଲାଙ୍ଗୀର ଅଭିମୁଖେ ଯିବେ । ୪୫ ମିନିଟ୍ ଧରି ସାଧାରଣ ସଭାରେ ରହିବାର କାର୍ଯ୍ୟକ୍ରମ ରହିଛି । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ଜୋରଦାର ପ୍ରସ୍ତୁତି କରାଯାଇଛି । ନିକଟରେ ରାହୁଲ ଗାନ୍ଧୀ ରାୟଗଡା ଆସିବାର ଥିଲା । ହେଲେ ସେଦିନ ରାହୁଲ ନାମାଙ୍କନ ଭରିବାକୁ ଥିବାରୁ ତାଙ୍କ ଗସ୍ତ ବାତିଲ ହୋଇଥିଲା । ଭିଡିଓ କନଫରେନ୍ସିଂରେ ସାମିଲ ହୋଇଥିଲେ ରାହୁଲ ଗାନ୍ଧୀ ।