କନକ ବ୍ୟୁରୋ : ଓଡ଼ିଶାରେ ପହଞ୍ଚିଲେ ଗୃହମନ୍ତ୍ରୀ ଅମିତ ଶାହା । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବା ପରେ ସୋରଡା ଅଭିମୁଖେ ଯାଇଛନ୍ତି ଶାହା । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଶାହାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସୋରଡାରେ ବିଶାଳ ଜନସଭାରେ ଯୋଗଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ଅମିତ ଶାହା । ସୋରଡାରେ ସଭା ଶେଷ ହେବା ପରେ କଟକରେ ପହଞ୍ଚି ରୋଡ ସୋ’ କରିବେ ଶାହା । ଗୋପବନ୍ଧୁ ବାଗ, ବକ୍ସି ବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର ହୋଇ ଚାନ୍ଦିନୀ ଚୌକରେ ପହଂଚିବ ରୋଡ୍ ସୋ’ । ସେଥିପାଇଁ ରାଜ୍ୟ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି କରାଯାଇଛି ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆଜି ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ସୁୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । ଗୋଟିଏ ଦିନରେ ବିଜେପିର ହେଭିୱେଟ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବା ନିର୍ବାଚନୀ ମାହୋଲକୁ ସରଗରମ କରିଛି ।