କନକ ବ୍ୟୁରୋ: ଉତ୍ତରପ୍ରଦେଶ ରାଜଧାନୀ ଲ କ୍ଷ୍ନୌରେ ଅଘଟଣ । ଅକ୍ସିଜେନ ପ୍ଲାଣ୍ଟ ବିସ୍ଫୋରଣ ହେବା ଯୋଗୁଁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ଘଟଣା ସ୍ଥଳରେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଏନେଇ ଖବର ପାଇବା ପରେ ପୋଲିସ ଓ ଅଗ୍ନୀଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାମ ଆରମ୍ଭ କରିଛନ୍ତି ।
ପ୍ଲାଣ୍ଟରେ ସିଲିଣ୍ଡରରେ ଅକ୍ସିଜେନ ଭର୍ତ୍ତି ହେଉଥିବା ବେଳେ ଏହି ଅଘଟଣ ଘଟିଛି । ଆହତମାନଙ୍କୁ ନିକଟତମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/oxygen-plant.jpg)