ଅଯୋଧ୍ୟାରୁ ଜଗନ୍ନାଥଧାମ ଆସିଲା ନିମନ୍ତ୍ରଣପତ୍ର । ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ମହାପ୍ରଭୁଙ୍କୁ ନିମନ୍ତ୍ରଣ ।

672

କନକ ବ୍ୟୁରୋ: ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ଆସିଲା ନିମନ୍ତ୍ରଣ ପତ୍ର । ଆସନ୍ତା ଜାନୁଆରୀ ୨୨ରେ ଅଯୋଧ୍ୟାର ଭବ୍ୟ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ । ଏଥିପାଇଁ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଦେଶବ୍ୟାପୀ ଅକ୍ଷତ କଳସ ଯାତ୍ରା ବାହାରିଛି । ଏହି କ୍ରମରେ ଓଡିଶାର ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି । ବିଶ୍ୱ ହିନ୍ଦ ପରିଷଦ ପୁରୀ ଭକ୍ତ ସାଲବେଗ ପୀଠରୁ ଶ୍ରୀମନ୍ଦିର ଅଭିମୁଖେ ଶୋଭାଯାତ୍ରା କରି ମହାପ୍ରଭୁଙ୍କୁ ନିମନ୍ତ୍ରଣ ପତ୍ର ଓ ଚାଉଳ ଗୁଆ ପ୍ରଦାନ କରାଯାଇଛି । ଏହି ଶୋଭାଯାତ୍ରାରେ ବିଶ୍ୱ ହିନ୍ଦୁ ପରିଷଦର କର୍ମକର୍ତାଙ୍କ ସହ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ ।