୧୯ ଦିନରେ ପହଂଚିଲା ସ୍ୱାସ୍ଥ୍ୟ କର୍ମୀଙ୍କ ଧାରଣା । ଛଟେଇ ପ୍ରତିବାଦରେ ଭୁବନେଶ୍ୱର ଲୋୟର ପିଏମଜିରେ ଏଏନଏମ କର୍ମୀଙ୍କ ଅନଶନ

122

କନକ ବ୍ୟୁରୋ: ଭୁବନେଶ୍ୱର ଲୋୟର ପିଏମଜିରେ ଧାରଣାରେ ବସିଥିବା ବେଳେ ଏଏନଏମ କର୍ମୀଙ୍କ ଆନ୍ଦୋଳନ ଆଜି ୧୯ ଦିନରେ ପହଂଚିଛି । ଗତକାଲି କିରୋସିନ ଢାଳି ନିଆଁ ଲଗାଇବାକୁ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଜଣେ ଏଏନଏମ କର୍ମୀ ଉଦ୍ଧାର ହୋଇଥିଲେ । ଛଟେଇ ପ୍ରତିବାଦରେ ଧାରଣାରେ ବସିଛନ୍ତି ଶତାଧିକ ସ୍ୱାସ୍ଥ୍ୟ କର୍ମୀ ।

ମହାମାରୀ କରୋନା ସହିତ ମହାଲଢେଇ ପାଇଁ ଏମାନଙ୍କୁ ଯୋଦ୍ଧା ସଜେଇ ଠିକା ନିଯୁକ୍ତି ଦିଆଯାଇଥିଲା । କୋଭିଡ କେୟାର ସେଂଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଓ ଦେଖାଶୁଣା ପାଇଁ ଏଏନଏମ ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ୯୦ ଦିନିଆ ଚୁକ୍ତିଭିତିକ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର । ହେଲେ ଏମାନଙ୍କୁ ଛଟେଇ କରିଦିଆଯାଇଥିଲା । ସ୍ଥାୟୀ ନିଯୁକ୍ତି ଓ ଦରମା ଦାବିରେ ଏଏନଏମ କର୍ମୀ ଏବେ ଭୁବନେଶ୍ୱର ଲୋୟର ପିଏମଜିରେ ଅନଶନରେ ବସିଛନ୍ତି ।

ସୂଚନାଯୋଗ୍ୟ, ମହାମାରୀ କରୋନା ସହିତ ମହାଲଢେଇ ପାଇଁ ଏମାନଙ୍କୁ ଯୋଦ୍ଧା ସଜେଇ ଠିକା ନିଯୁକ୍ତି ଦିଆଯାଇଥିଲା। କୋଭିଡ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଓ ଦେଖାଶୁଣା ପାଇଁ ଏଏନଏମ ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ୯୦ ଦିନିଆ ଚୁକ୍ତିଭିତ୍ତିକ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର। ହେଲେ ପରେ ଏମାନଙ୍କୁ ଛଟେଇ କରିଦିଆଯାଇଥିଲା । ସ୍ଥାୟୀ ନିଯୁକ୍ତି ଓ ବକେୟା ଦରମା ଦାବିରେ ଏଏନଏମ କର୍ମୀ ଏବେ ରାଜରାସ୍ତାରେ ଅନଶନରେ ବସିଛନ୍ତି।

ଗତ ନଭେମ୍ବର ୨୭ରୁ ସ୍ଥାୟୀ ନିଯୁକ୍ତି ଦାବିରେ ଲୋୟର୍ ପିଏମ୍‌ଜିରେ ଧାରଣାରେ ବସିଥିବା ଏଏନ୍ଏମ୍ ସ୍ବାସ୍ଥ୍ୟକର୍ମୀଙ୍କ ଆନ୍ଦୋଳନ ଆଜି ୧୯ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ସରକାରଙ୍କ ତରଫରୁ କେହି ବି ସମସ୍ୟା ଶୁଣିବାକୁ ତାଙ୍କ ପାଖକୁ ଆସିନଥିବା ସ୍ବାସ୍ଥ୍ୟକର୍ମୀମାନେ କହିଛନ୍ତି। ପ୍ରଥମେ ମହାମାରୀ କରୋନା ସହିତ ଲଢ଼େଇ କରିବାକୁ ଆଗକୁ ଠେଲିଦେଇ ସରକାର ବର୍ତ୍ତମାନ ତାଙ୍କୁ ଅଣଦେଖା କରୁଛନ୍ତି। ରାସ୍ତାକଡ଼ରେ ଶୀତ କାକରରେ ପଡ଼ି ଏଏନ୍ଏମ୍ ସ୍ବାସ୍ଥ୍ୟକର୍ମୀ ସଂଘର୍ଷ କରୁଥିବା ବେଳେ ସରକାରଙ୍କ ନିରବତା ସେମାନଙ୍କୁ ଆଶ୍ଚର୍ଯ୍ୟ କରିଛି ବୋଲି ସ୍ବାସ୍ଥ୍ୟକର୍ମୀମାନେ କହିଛନ୍ତି।