ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୧୨୦ ସୁସ୍ଥ, ମୋଟ୍ ସୁସ୍ଥଙ୍କ ସଂଖ୍ୟା ୨ ହଜାର ୯୭୪କୁ ବୃଦ୍ଧି ।

782

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ୧୨୦ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଯାଜପୁରରୁ ୧୯, କଟକରୁ ୧୫, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୧, ନୂଆପଡ଼ାରୁ ୯, ସୁନ୍ଦରଗଡ଼ରୁ ୭, କନ୍ଧମାଳରୁ ୬, ବଲାଙ୍ଗୀର ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ସେହିପରି ବାଲେଶ୍ୱର. ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ କେନ୍ଦୁଝର, ଗଞ୍ଜାମ ଓ ପୁରୀରୁ ୩ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଅନୁଗୁଳ, କଳାହାଣ୍ଡି ଏବଂ କୋରାପୁଟରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ମାଲକାନଗିରିରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୨ ହଜାର ୯୭୪ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।