ଓଡ଼ିଶା ପାଇଁ ଖୁସି ଖବର । କରୋନାରୁ ଏକାଥରେ ୧୪୯ ସୁସ୍ଥ, ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୫ ହଜାର ୫୦୨କୁ ବୃଦ୍ଧି

781

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ୧୪୯ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଖୋର୍ଦ୍ଧା ଜିଲ୍ଲାରୁ ୨୪ ଜଣ, ମୟୂରଭଂଜ ଜିଲ୍ଲାରୁ ୧୪ ଜଣ, କଟକ ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬-୬ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର, ଭଦ୍ରକ, ପୁରୀ ଓ ଯାଜପୁର ଜିଲ୍ଲାରୁ ୩-୩ ଜଣ, ବାଲେଶ୍ୱର, ଜଗତ୍‌ସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୨-୨ ଜଣ, ବରଗଡ଼ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୭୪ ହଜାର ୬୭୨ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୭୫୪୫ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୫ ହଜାର ୫୦୨ଜଣ ସୁସ୍ଥ ହୋଇଛନ୍ତି ।