ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କରୋନାରୁ ଏକାଥରେ ୧୫୩ ସୁସ୍ଥ, ମୋଟ୍ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୨୦୦କୁ ବୃଦ୍ଧି । 

4,070

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । କରୋନାରୁ ଏକାଥରେ ୧୫୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କ ମଧ୍ୟରେ…କଟକରୁ ୪୩, ଜଗତସିଂହପୁରରୁ ୨୧, କନ୍ଧମାଳରୁ ୧୮, ଖୋର୍ଦ୍ଧାରୁ ୧୨, ଭଦ୍ରକରୁ ୧୧, ଗଜପତିରୁ ୯ ଏବଂ କଳାହାଣ୍ଡିରୁ ୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ସେହିପରି ବାଲେଶ୍ୱରର, ଦେବଗଡ଼, ଗଞ୍ଜାମ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀର, ଝାରସୁଗୁଡ଼ା, ଏବଂ ନୟାଗଡ଼ରୁ ୨ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିଭଳି ଜଣେ କୋରାପୁଟରୁ ସୁସ୍ଥ ହୋଇଥିବା ସ୍ପଷ୍ଟ ହୋଇଛି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୨୦୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।