ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୧ ହଜାର ୫୫୦ ସୁସ୍ଥ, ମୋଟ୍ ସୁସ୍ଥଙ୍କ ସଂଖ୍ୟା ୪୨ ହଜାର ୨୭୬କୁ ବୃଦ୍ଧି ।

Advertisment
ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୧ ହଜାର ୫୫୦ ସୁସ୍ଥ, ମୋଟ୍ ସୁସ୍ଥଙ୍କ ସଂଖ୍ୟା ୪୨ ହଜାର ୨୭୬କୁ ବୃଦ୍ଧି ।

କନକ ବ୍ୟୁରୋ: ଟେଷ୍ଟିଂ ବଢୁଛି, ପଜିଟିଭ୍ ବି ବଢୁଛି । ହେଲେ ତାହାରି ଭିତରେ ବଢ଼ି ଚାଲିଛି ସୁସ୍ଥଙ୍କ ସଂଖ୍ୟା । ତେବେ ଓଡ଼ିଶା ପାଇଁ ଖୁସି ଖବର । ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ରାଜ୍ୟରେ ଏକାଥରେ ସୁସ୍ଥ ହେଲେ ୧ ହଜାର ୫୫୦ ଜଣ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୨୪୧ ଜଣ, ସୁନ୍ଦରଗଡ଼ରୁ ୧୧୮ ଜଣ, କଟକରୁ ୯୯ ଜଣ, ସମ୍ବଲପୁରରୁ ୮୯ ଜଣ, ଢେଙ୍କାନାଳରୁ ୭୨ ଜଣ, ମାଲକାନଗିରିରୁ ୬୪ ଜଣ, ବାଲେଶ୍ୱରରୁ ୬୩ ଜଣ, କନ୍ଧମାଳରୁ ୬୨ ଜଣ ଓ ପୁରୀରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି କୋରାପୁଟ ଜିଲ୍ଲାରୁ ୪୧ ଜଣ, ମୟୂରଭଂଜରୁ ୩୯ ଜଣ, ଭଦ୍ରକରୁ ୩୮ ଜଣ, ଗଜପତିରୁ ୩୨ ଜଣ, ବଲାଙ୍ଗୀରରୁ ୨୬ ଜଣ, ରାୟଗଡ଼ାରୁ ୨୦ ଜଣ, ଜଗତସିଂହପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝରରୁ ୧୬ ଜଣ ଲେଖାଏଁ, ବୌଦ୍ଧରୁ ୧୫ ଜଣ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ାରୁ ୬ ଜଣ ଲେଖାଏଁ, ବରଗଡ଼, ସୁବର୍ଣ୍ଣପୁରରୁ ୫ ଜଣ ଲେଖାଏଁ, ଅନୁଗୁଳରୁ ୪ ଜଣ ଓ ନୟାଗଡ଼ରୁ ୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୯ ଲକ୍ଷ ୮ ହଜାର ୫୦୮ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏଥିରୁ ଏଯାଏଁ ୬୦ ହଜାର ୫୦ଟି ନମୁନା ରିପୋର୍ଟ ପଜିଟିଭ ଆସିଛି । ମୋଟ ୪୦ ହଜାର ୭୨୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୩୪୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏବେ ୧୭ ହଜାର ୩୭୭ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe