କନକ ବ୍ୟୁରୋ : କଟକ ଜିଲ୍ଲାରୁ ୪୩୧ ଜଣଙ୍କ ସମେତ ରାଜ୍ୟରେ ଆଜି ୩୦ଟି ଜିଲ୍ଲାରୁ ୨୫୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୬ ହଜାର ୩୬୪ରେ ପହଞ୍ଚିଛ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ଆଜି ୩୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜ ଜିଲ୍ଲାରୁ ୨୦୨ ଜଣ, ଗଂଜାମ ଜିଲ୍ଲାରୁ ୧୪୨ ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ ଜଣ, କୋରାପୁଟ ଜିଲ୍ଲାରୁ ୧୦୮ ଜଣ, ପୁରୀ ଜିଲ୍ଲାରୁ ୧୦୫ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୭୮ ଜଣ, ଭଦ୍ରକ, ଯାଜପୁର ଜିଲ୍ଲାରୁ ୭୭-୭୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ ଜଣ, ବରଗଡ଼ ଜିଲ୍ଲାରୁ ୭୨ ଜଣ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ୭୧-୭୧ ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ ଜଣ, ନୟାଗଡ଼ ଜିଲ୍ଲାରୁ ୬୭ ଜଣ ଓ ମାଲକାନଗିରି ଜିଲ୍ଲାରୁ ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଢେଙ୍କାନାଳ ଜିଲ୍ଲାରୁ ୫୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୪ ଜଣ, ବୌଦ୍ଧ ଜିଲ୍ଲାରୁ ୩୪ ଜଣ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩୦-୩୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ ଜଣ, ଗଜପତି ଜିଲ୍ଲାରୁ ୨୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୦ ଜଣ, ନୂଆପଡ଼ା ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ ଓ ଦେବଗଡ଼ ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୨୦ ଲକ୍ଷ ୯୮ ହଜାର ୪୦୧ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି। ଏଥିରୁ ଏଯାଏଁ ୧ ଲକ୍ଷ ୨୪ ହଜାର ୩୧ଟି ନମୁନା ରିପୋର୍ଟ ପଜିଟିଭ ଆସିଛି। ମୋଟ ୯୬ ହଜାର ୩୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୫୪୬ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏବେ ୨୭ ହଜାର ୬୮ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/15-3.jpg)