ବାଲେଶ୍ୱରରୁ ପୁଣି ୩ କରୋନା ପଜିଟିଭ ଚିହ୍ନଟ । ତିନି ଜଣ ଯାକ ପୁରୁଷ, ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା । ଏବେ ବାଲେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ବୃଦ୍ଧି

4,292

କନକ ବ୍ୟୁରୋ: ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ । ସମସ୍ତ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ସରକାର ସ୍ପଷ୍ଟ କରିଛନ୍ତି । ତେବେ ସେମାନଙ୍କ ବୟସ ୪୪, ୬୧ ଏବଂ ୬୩ ହୋଇଥିବାବେଳେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସରକାର । ଏପରିକି ସେମାନଙ୍କୁ କ୍ୱାରେଣ୍ଟିନରେ ରଖାଯାଇଛି । ଏବଂ ସେମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ତାହାର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ତେବେ ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ଛୁଇଁଥିବାବେଳେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି ।

ବାଲେଶ୍ୱରର ନୂଆ ୩ ଆକ୍ରାନ୍ତ ଚିହ୍ନଟ ପରେ ବର୍ତ୍ତମାନ ଜିଲ୍ଲାରେ ମୋଟ ପଜିଟିଭ ସଂଖ୍ୟା ୧୯କୁ ବୃଦ୍ଧି । ରାଜ୍ୟର ମୋଟ ପଜିଟିଭ ସଂଖ୍ୟା ୧୨୫, ସକ୍ରିୟ ସଂଖ୍ୟା ୮୫ ଥିବାବେଳେ ୩୯ ଜଣ ସୁସ୍ଥ ଅଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି ।