କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୪୫୫ ଜଣ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ଖୋର୍ଦ୍ଧା ଜିଲ୍ଲାରୁ ଆଜି ୫୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୨୯୨ ଜଣ, ପୁରୀ ଜିଲ୍ଲାରୁ ୨୫୪ ଜଣ, ଅନୁଗୁଳ ଜିଲ୍ଲାରୁ ୧୭୫ ଜଣ, ଯାଜପୁର ଜିଲ୍ଲାରୁ ୧୬୬ ଜଣ, ବରଗଡ଼ ଜିଲ୍ଲାରୁ ୧୩୩ ଜଣ, ମୟୂରଭଂଜ ଜିଲ୍ଲାରୁ ୧୨୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୪ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Advertisment

publive-imageସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୯ ଜଣ, ଜଗତସିଂହପୁର, ଝାରସୁଗୁଡ଼ା ଜିଲ୍ଲାରୁ ୮୪ ଜଣ ଲେଖାଏଁ, ନୂଆପଡ଼ା ଜିଲ୍ଲାରୁ ୭୨ ଜଣ, ନବରଂଗପୁର ଜିଲ୍ଲାରୁ ୭୧ ଜଣ, ନୟାଗଡ଼ ଜିଲ୍ଲାରୁ ୭୦ ଜଣ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରୁ ୬୧ ଜଣ ଲେଖାଏଁ, ମାଲକାନଗିରି ଜିଲ୍ଲାରୁ ୫୮ ଜଣ, ଭଦ୍ରକ, ସୁବର୍ଣ୍ଣପୁର ଜିଲ୍ଲାରୁ ୫୬ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫୪ ଜଣ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରୁ ୪୧ ଜଣ ଲେଖାଏଁ, କେରାପୁଟ ଜିଲ୍ଲାରୁ ୩୫ ଜଣ, ଗଂଜାମ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୩୩ ଜଣ, ବୌଦ୍ଧ ଜିଲ୍ଲାରୁ ୩୧ ଜଣ, ଦେବଗଡ଼ ଜିଲ୍ଲାରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୨ ଲକ୍ଷ ୧୩ ହଜାର ୬୭୨ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।