୨୪ଘଂଟାର କରୋନା ମିଟର : ରାଜ୍ୟରେ ୩୭୪ ନୂଆ ପଜିଟିଭ ଚିହ୍ନଟ, ୪ଜଣଙ୍କର ମୃତ୍ୟୁ

84

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୬ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୫ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୯୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୩୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।