ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ କରୋନାରୁ ଏକାଥରେ ୪୦୧ ସୁସ୍ଥ, ମୋଟ୍ ସୁସ୍ଥଙ୍କ ସଂଖ୍ୟା ୧୦ ହଜାର ୮୭୭କୁ ବୃଦ୍ଧି ।

440

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ; ସର୍ବାଧିକ ଯାଜପୁରରୁ ୯୮, ଗଞ୍ଜାମରୁ ୮୪, ସୁନ୍ଦରଗଡ଼ରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝରରୁ ୧୭, ମାଲକାନଗିରିରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୨ ଏବଂ ଅନୁଗୁଳରୁ ୮ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ସୋନପୁରରୁ ୭, ବରଗଡ଼ରୁ ୬, ସମ୍ବଲପୁରରୁ ୫, କେନ୍ଦ୍ରାପଡ଼ାରୁ ୫, ଢ଼େଙ୍କାନାଳରୁ ୪ ଏବଂ ଭଦ୍ରକ ଓ ବାଲେଶ୍ୱରରୁ ୩ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଥିବାବେଳେ ୨ ଜଣ କଟକ ଏବଂ ଜଣେ ପୁରୀରୁ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୧୦ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।