ରାଜ୍ୟରେ ଆଉ ୪୦୧୮ ନୂଆ କରୋନା ଆକ୍ରାନ୍ତ ସୁସ୍ଥ । ୧ ଲକ୍ଷ ୪୫ ହଜାର ୬୭୫ରେ ପହଞ୍ଚିଲା ମୋଟ୍ ସୁସ୍ଥ ସଂଖ୍ୟା ।

701

କନକ ବ୍ୟୁରୋ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪୦ ଜଣଙ୍କ ସମେତ ଆଜି ରାଜ୍ୟରୁ ୪ ହଜାର ୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୭୫ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୪୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨୭୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୯ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୧୩୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ ଜଣ, ଯାଜପୁର ଜିଲ୍ଲାରୁ ୧୨୦ ଜଣ, ଅନୁଗୁଳ ଜିଲ୍ଲାରୁ ୧୧୬ ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ ଜଣ ଓ ଭଦ୍ରକ ଜିଲ୍ଲାରୁ ୧୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବରଗଡ଼ ଜିଲ୍ଲାରୁ ୯୫ ଜଣ, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୮୮ ଜଣ, ମୟୂରଭଂଜ ଜିଲ୍ଲାରୁ ୮୩ ଜଣ, ନୂଆପଡ଼ା ଜିଲ୍ଲାରୁ ୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୭୫ ଜଣ, ନବରଂଗପୁର ଜିଲ୍ଲାରୁ ୭୧ ଜଣ, ଢେଙ୍କାନାଳ, ଗଂଜାମ ଜିଲ୍ଲାରୁ ୬୭-୬୭ ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୬ ଜଣ, କଳାହାଣ୍ଡି ଜିଲ୍ଳାରୁ ୪୨ ଜଣ, ବୌଦ୍ଧ ଜିଲ୍ଲାରୁ ୩୪ ଜଣ, ମାଲକାନଗିରି ଜିଲ୍ଲାରୁ ୩୩ ଜଣ, ଦେବଗଡ଼ ଜିଲ୍ଲାରୁ ୧୭ ଜଣ, ଗଜପତି ଜିଲ୍ଲାରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Comments are closed.