ଓଡ଼ିଶା ପାଇଁ ଖୁସି ଖବର । ରାଜ୍ୟରେ ଏକାଥରେ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ, ତିନି ହଜାର ଟପିଲା ସୁସ୍ଥଙ୍କ ସଂଖ୍ୟା ।

1,449

କନକ ବ୍ୟୁରୋ: ଓଡ଼ିଶା ପାଇଁ ଭଲ ଖବର । ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୭୩ ଜଣ ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ କନ୍ଧମାଳରୁ ୧୪, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଞ୍ଜରୁ ୬ , ଗଞ୍ଜାମରୁ ୪ ଏବଂ କଟକରୁ ୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ସେହିପରି ବାଲେଶ୍ୱର, ଜଗତସିଂପୁର, ଝାରସୁଗୁଡ଼ା ଏବଂ କଳାହାଣ୍ଡିରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀର ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୪୭କୁ ବୃଦ୍ଧି ପାଇଛି । ଏନେଇ ସୁଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।