ରାଜ୍ୟରେ ଆଉ ୭୫୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ : ସଙ୍ଗରୋଧରୁ ୪୩୬ ଓ ସ୍ଥାନୀୟ ଅଞ୍ଚଳରୁ ୩୨୧; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫କୁ ବୃଦ୍ଧି

176

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୪୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨ ହଜାର ୭୯୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮ ହଜାର ୮୮ ଜଣ। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୬ ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି ।

ଗତ ୨୪ ଘଣ୍ଟା ମଧ୍ୟ‌ରେ ଅନୁଗୁଳ ଜିଲ୍ଲାରୁ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୪ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩୫ ଜଣ, କଟକରୁ ୬୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୧୩ ଜଣ, ଜଗତ୍‌ସିଂହପୁରରୁ ୪୨ ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୩୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୨୬ ଜଣ, ଖେ‌ାର୍ଦ୍ଧାରୁ ୭୦ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୪୩ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୪୧ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୩୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୫୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।