କନକ ବ୍ୟୁରୋ : କରୋନା ଭାଇରସ୍ ନେଇ ରାଜ୍ୟବାସୀଙ୍କ ପାଇଁ ଆଜି ପୁଣି ଏକ ବଡ଼ ଖୁସି ଖବର ଆସିଛି । ରାଜ୍ୟର ୧୫ଟି ଜିଲ୍ଲାରୁ ୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୧୨୬ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ ଜଣ, ଗଂଜାମ ଜିଲ୍ଲାରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ ଓ ଯାଜପୁର ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ବାଲେଶ୍ୱର ଓ ମୟୂରଭଂଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ଜଗତ୍ସିଂହପୁର ଜିଲ୍ଲାରୁ ୨-୨ ଜଣ, କଟକ, ଢେଙ୍କାନାଳ, ମାଲକାନଗିରି, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 76 #Covid19 patients have recovered and are being discharged.
17 are from Kendrapara
16 from Ganjam
11 from Nayagarh
11 from Kalahandi
5 from Jajpur
3 each from Balasore and Mayurbhanj (1/2)— H & FW Dept Odisha (@HFWOdisha) May 31, 2020
2 each from Angul & Jagatsinghpur
1 each from Cuttack, Dhenkanal, Malkangiri, Puri, Sambalpur and Sundargarh.The total recovered cases of #Odisha now stand at 1126. (2/2)
— H & FW Dept Odisha (@HFWOdisha) May 31, 2020
କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସୁବ୍ୟବସ୍ଥା ସହ ପ୍ରଶାସନିକ ସହଯୋଗ ଯୋଗୁଁ ଏଭଳି ହୋଇପାରିଛି । ସେହିଭଳି ଡାକ୍ତର, ନର୍ସ ଓ ଅନ୍ୟ ମେଡିକାଲ କର୍ମଚାରୀମାନେ ମଧ୍ୟ କରୋନା ଭାଇରସରେ ଆକ୍ରାନ୍ତ ରୋଗୀଙ୍କ ପାଇଁ ଉତ୍ସର୍ଗୀକୃତ ମନୋଭାବ ରଖିଥିବା ଦୃଷ୍ଟିଗୋଚର ହେଉଛି ।