୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା: ସେପଟେ ୧୭ ତାରିଖକୁ ଆସିପାରେ ଆଉ ଏକ ଲଘୁଚାପ

287

କନକ ବ୍ୟୁରୋ: ଲଘୁଚାପ ଘନୀଭୂତ ହେବା ପରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ପଶ୍ଚିମ କେନ୍ଦ୍ରୀୟ ତତ୍ସଂଲଗ୍ନ ଉତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ହୋଇଛି । ଏହା ଦକ୍ଷିଣ – ଓଡିଶା ଉତର ଆନ୍ଧ୍ର ଉପକୂଳ ସମୁଦ୍ରରେ ସକ୍ରିୟ ରହିଛି । ୨୪ ଘଂଟା ଭିତରେ ଏହା ଆହୁରି ଘନିଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଆଜି ସକାଳୁ ଆସନ୍ତକାଲି ସକାଳ ମଧ୍ୟରେ ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ଓ ୧୩ ତାରିଖରେ ମଧ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ଆସନ୍ତା ୧୭ ତାରିଖ ଦିନ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।