ଆସନ୍ତା ୧୩ତାରିଖ ବେଳକୁ ଆଉ ଏକ ଲଘୁଚାପ ପୂର୍ବାନୁମାନ : ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା; ପ୍ରଭାବରେ ୭ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଆଶଙ୍କା ।

1,677

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗୁରୁବାର ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ମାଲକାନଗିରି, କୋରାପୁଟ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି। ଆଗାମୀ ସେପ୍ଟେମ୍ବର ୧୩ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

Comments are closed.