କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗୁରୁବାର ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୧୩ତାରିଖ ବେଳକୁ ଆଉ ଏକ ଲଘୁଚାପ ପୂର୍ବାନୁମାନ : ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା; ପ୍ରଭାବରେ ୭ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଆଶଙ୍କା ।
Advertisment
Follow Us