ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ  : ପ୍ରଭାବରେ ୨୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସେପଟେ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

860

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସଂଭାବନା ରହିଛି ।  ଆଉ ଏହାର ପ୍ରଭାବରେ ଆଜି ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ବିଶେଷକରି ଉତର ଓଡିଶା ଓ ଉତର ଉପକୂଳ ଓଡିଶାରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୧୩ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।  ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ପୁରୀ ଓ ଅନୁୁଗୁଳ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ , କେନ୍ଦୁଝର ଓ ଢ଼େଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ କାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ସେପଟେ ପାଣିପାଗ ବିଭାଗର ଆକଳନ ପରେ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ବିଶେଷ କରି ତଳିଆ ଅଂଚଳ ଓ କଚ୍ଚା ଘରେ ରହୁଥିବା ଲୋକମାନଙ୍କ ଉପରେ ନଜର ରଖିବାକୁ ପ୍ରଶାସନକୁ କୁହାଯାଇଛି ।