ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୯ ତାରିଖରେ ଆଉ ଏକ ଲଘୁଚାପ ସମ୍ଭାବନା ।

1,927

କନକ ବ୍ୟୁରୋ : ଅକ୍ଟୋବର ୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ରାଜ୍ୟର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୯ ତାରିଖରେ ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ତାରଖ ଯାଏଁ ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱର୍ଣ୍ଣି ଜାରି କରାଯାଇଛି । ସେହିପରି ୫ରୁ ୬ତାରିଖ ଯାଏଁ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ,ଗଂଜାମ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ ଏବଂଳ କେଉଁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ସେହିପରି ୬ତାରିଖରୁ ୭ତାରିଖ ଯାଏଁ କୋରାପୁଟ, ମାଲକାନାଗିର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହା ସହ ଲଘୁଚାପ ପ୍ରଭାବରେ ୪୦ରୁ ୫୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି ।

ଏହାସହ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୦ କିମ୍ବା ୧୧ ତାରିଖ ବେଳକୁ ଏହା ଅବପାତର ରୂପ ନେଇପାରେ । ତେଣୁ ଅକ୍ଟୋବର ୧୧ରୁ ୧୩ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛିା ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।