ଆସୁଛି ଆଉ ଏକ ଲଘୁଚାପ । ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

Advertisment
ଆସୁଛି ଆଉ ଏକ ଲଘୁଚାପ । ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

କନକ ବ୍ୟୁରୋ: ଆସୁଛି ଆଉ ଏକ ଲଘୁଚାପ। ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବ ରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ। ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe