କନକ ବ୍ୟୁରୋ: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।
/kanak/media/post_attachments/wp-content/uploads/2021/09/IndiaTv179ab6_rain-final.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)