ଆସୁଛି ଆଉ ଏକ ଲଘୁଚାପ ; ବର୍ଷାରେ ଲାଗିବନି ବ୍ରେକ୍ , ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସୁଛି ଆଉ ଏକ ଲଘୁଚାପ ; ବର୍ଷାରେ ଲାଗିବନି ବ୍ରେକ୍ , ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

କନକ ବ୍ୟୁରୋ: ଆସୁଛି ପୁଣି ଆଉ ଏକ ଲଘୁଚାପ । ୩୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣିବଳୟ ସମ୍ଭାବନା । ଫଳରେ ୩ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁଲାଇ ୩୧ ରୁ ଅଗଷ୍ଟ ୨ ଯାଏଁ ପଡୋଶୀ ରାଜ୍ୟରେ ବି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଏବେ ବି ରାଜ୍ୟରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୧୧ ଜିଲ୍ଲାରେ ୨୦ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ନିଅଣ୍ଟିଆ ବର୍ଷା ଭରଣା ହୋଇପାରେ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe