ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

279

କନକ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଉତରପୂର୍ବ ତଥା ପାଶ୍ୱବର୍ତ୍ତୀ ପୂର୍ବ-ମଧ୍ୟମ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ ଘଂଟା ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ ହେବା ସମ୍ଭାବନା ରହିଛି । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳ ବର୍ଷା ହେବ । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅକ୍ଟୋବର ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।