କନକ ବ୍ୟୁରୋ: ଆସନ୍ତା ୨୫ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖରେ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ-ଉତ୍ତର ଦିଗକୁ ଘୂର୍ଣ୍ଣିବଳୟ ଗତି କରିପାରେ । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ।
ଗତ କିଛିଦିନ ତଳେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏହି ବର୍ଷା ନଜାଉଣୁ ପୁଣି ଏକ ଲଘୁଚାପ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଯାହାଫଳରେ ୨୬ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/44-5.jpg)