କନକ ବ୍ୟୁରୋ: ପୁଣି ଏକ ଘୁର୍ଣ୍ଣିବଳୟର ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ। ଯାହା ଆଗକୁ ନେଇପାରେ ଲଘୁଚାପର ରୂପ। ଏହା ପ୍ରଭାବରେ ରାଜ୍ୟରେ ୩୧ ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପଟେ ମୌସୁମୀ ସହ ୩ଟି ପାଣିପାଗ ନିୟାମକର ସକ୍ରିୟତାକୁ ନେଇ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୫୨୬.୪ ମିମି ସ୍ୱାଭାବିକ ଵର୍ଷା ହେବାକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଂଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ୨ ସହରରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜଗତସିଂହପୁର କୁଜଙ୍ଗରେ ସର୍ବାଧିକ ୧୧୦.୦ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ସର୍ବାଧିକ ୩୪.୮ ଡିଗ୍ରୀ ତାପମାତ୍ରା ପାରଳାଖେମୁଣ୍ଡି ରେ ରେକର୍ଡ ହୋଇଛି।
୩୧ରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ: ପରବର୍ତ୍ତୀ ସମୟରେ ନେବ ଲଘୁଚାପର ରୂପ, ପ୍ରଭାବରେ ରାଜ୍ୟରେ ୩୧ ରୁ ପ୍ରବଳ ବର୍ଷାର ସମ୍ଭାବନା
Advertisment
Follow Us