କନକ ବ୍ୟୁରୋ: ଆଇଏଏସସ୍ତରରେ ଅଦଳବଦଳ ହୋଇଛି । ନୂଆ ମୁଖ୍ୟ ଶାସନ ସଚିବ ଭାବେ ପ୍ରଦୀପ କୁମାର ଜେନାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ସେ ମୁଖ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିବେ । ସେହିଭଳି ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ଅନୁଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ମିଳିଛି । ଅତିରିକ୍ତ ଭାବେ ସେ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନିର୍ବାହ କରିବେ । ବର୍ତ୍ତମାନ ସେ ସେହି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱରେ ଥିଲେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Advertisment

publive-image