କୋର୍ଟରେ ହାଜର ହେଲେନି ଅନୁଭବ ମହାନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ କୋର୍ଟଙ୍କୁ ମାଗିଲେ ସମୟ ।

130

କନକ ବ୍ୟୁରୋ: କଟକ ଜେଏମଏଫସିସ୍ୱତନ୍ତ୍ର କୋର୍ଟରେ ହାଜର ହେଲେନି ଅନୁଭବ ମହାନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ଓକିଲଙ୍କ ଜରିଅ୍ରାରେ କୋର୍ଟଙ୍କୁ ମାଜେିଲେ ସମୟ । ତାଙ୍କ ୍ଆବେଦନକୁ ଗବିଚାର କରି କୋର୍ଟ ଦେଲେ ସମୟ । ତେଣୁ ଆସନ୍ତା ସୋମବାର ଅନୁଭବ ଓ ତାଙ୍କ ସହଯୋଗୀ କୋଟୟରେ ହାଜର ହେବେ ବୋଲି ସୂଚନା ରହିଛି ।ବର୍ଷାାଙ୍କ ଦ୍ୱାରା ଦାଏର ମାମଲାର ଉପରେୀ ଆଜି କୋର୍ଟ ଚାର୍ଜୋଫ୍ରମ କରିବାର ଥିଲା ।

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଅନୁଭବଙ୍କ ପତ୍ନି ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ । ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ । ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।