କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।
ତେବେ ଏହାଦ୍ବାରା ୪ଟି ବ୍ଲକର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ସିକୁଆଁ ପ୍ରକଳ୍ପ ଦ୍ବାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ବାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍ର ଜନସାଧାରଣ ଉପକାର ପାଇବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2023/07/1601320556_29nblnaveen_3.jpg)