ଅର୍ଚ୍ଚନା ନାଗ ମାମଲା: ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଓ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ବିରୋଧରେ ୨୨୪୭ ପୃଷ୍ଠାର ଚାର୍ଜସିଟ୍ ଦାଖଲ।

112

କନକ ବ୍ୟୁରୋ: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ଚାର୍ଜସିଟ୍ ଦାଖଲ । ପ୍ରଥମ ପର୍ଯ୍ୟାୟରେ ୨୨୪୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ଚାର୍ଜସିଟରେ ଅଭିଯୁକ୍ତ ଭାବେ ଅର୍ଚ୍ଚନା ନାଗ, ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ୱର ପାତ୍ର, ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁ ରହିଛି । ଚାର୍ଜସିଟରେ ଇଡି ଉଲ୍ଲେଖ କରିଛି ଯେ ଅର୍ଚ୍ଚନା ନାଗ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ । ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ମନି ଲଣ୍ଟ୍ରିଂର ବ୍ୟାପକ ପ୍ରମାଣ ମିଳିଛି ।

୩ ଜଣଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କାର କାରବାର ହୋଇଛି । ଅର୍ଚ୍ଚନାଙ୍କ ମାୟାଜାଲରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ପଡ଼ିଛନ୍ତି । ଫିଲ୍ମ ପ୍ରଯୋଜକଙ୍କ ଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲର ଶିକାର ହୋଇଛନ୍ତି । ୧୩ଶହ ପୃଷ୍ଠାର ଏହି ଚାର୍ଜସିଟରେ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ସବିଶେଷ ତଥ୍ୟ ରହିଛି ।