ଜେଲରୁ ବାହାରିବେ ଅର୍ଚ୍ଚନା ନାଗ ! ହାଇକୋର୍ଟରୁ ମିଳିଲା ଜାମିନ । 

339

କନକ ବ୍ୟୁରୋ : ଖୁବଶୀଘ୍ର ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା ନାଗ । ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଇଡି କରିଥିବା ମାମଲାରେ ମିଳିଲା ଜାମିନ । ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ ଜାମିନ ପାଇଛନ୍ତି ଅର୍ଚ୍ଚନା । ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ମିଳିସାରିଥିଲା । ହାଇକୋର୍ଟ ଜାମିନ ପ୍ରଦାନ କରିଥିବାରୁ ଅର୍ଚ୍ଚନା ଖୁବଶୀଘ୍ର ଜେଲରୁ ମୁକୁଳିପାରନ୍ତି ।

ଗତବର୍ଷ ଡିସେମ୍ବର ୧୩ ତାରିଖରେ ପ୍ରିଭେନସନ ଅଫ୍ ମନି ଲଣ୍ଡରିଂ ଆକ୍ଟରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଇଡି ।  ମନି ଲଣ୍ଡରିଂର ଖୋଳତାଡ ବେଳେ ହନିଟ୍ରାପ୍ ଓ ବେଆଇନ ଟଙ୍କା କାରବାରର ପ୍ରମାଣ ପାଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।