କୁନ୍ନୁର ହେଲିକପ୍ଟର ଦୁର୍ଘଟଣା ନେଇ ଆସିଲା ତଥ୍ୟ, ଜାଣନ୍ତୁ ହେଲିକପ୍ଟର ଭିତରେ ଥିଲେ କିଏ ?

449

କନକ ବ୍ୟୁରୋ : ତାମିଲନାଡୁର କନ୍ନୁର ଠାରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣା ନେଇ ସେନା ପକ୍ଷରୁ କୌଣସି ବୟାନ ଜାରି କରାଯାଇ ନାହିଁ । ହେଲେ ମିଳିଥିବା ସୂଚନା ମୁତାବକ ଏହି ହେଲିକପ୍ଟରରେ ମୋଟ ୧୪ ଜଣ ଲୋକ ରହିଥିଲେ । ଏପର୍ଯ୍ୟନ୍ତ ୩ ଜଣଙ୍କୁ ଉଦ୍ଧାର କରାଯାଇଛି ଓ ୨ ଟି ମୃତ ଦେହ ମଧ୍ୟ ମିଳିଛି । ଦୁର୍ଘଟଣା ପରେ ବାୟୁସେନା ପକ୍ଷରୁ ଯାଂଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ବି ଥିଲେ । ଉଦ୍ଧାର ହୋଇଥିବା ଲୋକଙ୍କୁ ୱିଲିଂଟନ ବେସରେ ଚିକିତ୍ସା କରାଯାଉଛି ।
ପ୍ରାରମ୍ଭିକ ସୂଚନା ମୁତାବକ ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନ୍ନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି ।

ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ,ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।