'କାଳିଆ ଯୋଜନା'ରେ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର? ଗୃହରେ ବିଧାୟକଙ୍କ ପ୍ରଶ୍ନ, ଉତ୍ତର ରଖିଲେ ମନ୍ତ୍ରୀ

Advertisment
'କାଳିଆ ଯୋଜନା'ରେ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର? ଗୃହରେ ବିଧାୟକଙ୍କ ପ୍ରଶ୍ନ, ଉତ୍ତର ରଖିଲେ ମନ୍ତ୍ରୀ

'କାଳିଆ ଯୋଜନା'ରେ ରାଜ୍ୟ ସରକାର ଏପର୍ଯ୍ୟନ୍ତ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି ସେ ନେଇ ବିସ୍ତୃତ ତଥ୍ୟ ଦେଇଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ | ଆଜି ଗୃହରେ ବିଜେପି ବିଧାୟକ ନାଉରି ନାୟକ ପ୍ରଶ୍ନ କରିଥିଲେ ଯେ କାଳିଆ ଯୋଜନାରେ କେତେ ସଂଖ୍ୟକ କୃଷକ ଓ କୃଷି ନିମନ୍ତେ କେତେ ଅର୍ଥ ବ୍ୟୟ କରାଯାଇଛି |

ଏହାର ଉତ୍ତରରେ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ ୨୦୧୮-୧୯ ଓ ୨୦୧୯-୨୦ ବର୍ଷରେ 'କାଳିଆ ଯୋଜନା'ରେ ୫୧.୦୫ ଲକ୍ଷ ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଥିଲା ଏବଂ ଏଥିପାଇଁ ୨୦୧୮-୧୯ ମସିହାରେ ଚାଷୀ ସହାୟତା ଓ ପ୍ରଶାସନିକ ବ୍ୟୟ ବାବଦକୁ ୨୧୭୫.୬୬ କୋଟି ବ୍ୟୟ କରାଯାଇଛି ।

ସେହିପରି ୨୦୧୯-୨୦ ମସିହାରେ ୩୨୪୩.୦୧ କୋଟି ଟଙ୍କା ବ୍ୟୟ କରାଯାଇଥିଲା। ପୁନଶ୍ଚ ୨୦୨୦-୨୧ ମସିହାରେ ୫୩.୫୫ ଲକ୍ଷ କ୍ଷୁଦ୍ର ନାମମାତ୍ର ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଛି ଏବଂ ଏଥିପାଇଁ ଫେବୃଆରୀ ମାସ ସୁଦ୍ଧା ୧୨୭୨.୧୯ କୋଟି ଟଙ୍କା ବ୍ୟୟ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe