ରାଜ୍ୟରେ ଏପର୍ଯ୍ୟନ୍ତ ଚିହ୍ନଟ ହେଲେଣି ୧୦ ଲକ୍ଷ କରୋନା ଆକ୍ରାନ୍ତ : ସେପଟେ ୨୪ ଘଂଟାରେ ୯୧୧ ପଜିଟିଭ ଚିହ୍ନଟ, ୧୧୬ ପିଲା ଆକ୍ରାନ୍ତ

166

କନକ ବ୍ୟୁରୋ : ରାଜ୍ୟରେ ୧୦ ଲକ୍ଷ ଅତିକ୍ରମ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଂଟାରେ ୯୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ପୁଣି ୧୧୬ ପିଲା ସଂକ୍ରମିତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୫୩୧ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୩୫୨, ଅନୁଗୁଳରୁ ୨୩ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୬, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୪୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, କେଉଁଝରରୁ ୧୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୩୮ ଜଣ, ନୟାଗଡ଼ରୁ ୧୯ ଜଣ, ପୁରୀରୁ ୩୦ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

୨୪ଘଂଟା ଭିତରେ ୭୧ ହଜାର ୨୬୪ ନମୂନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ରହିଛି ୧ ଦଶମିକ ୪୦ ପ୍ରତିଶତ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୮୪ କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୮୩ ହଜାର ୨୪୫ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୯ ହଜାର ୪୯୭ ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୮୯କୁ ବୃଦ୍ଧି ପାଇଛି । ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୦ ଓ ଢେଙ୍କାନାଳରୁ ୮ କଟକ ଜଣ ଅଛନ୍ତି । ଏହାଛଡ଼ା କେନ୍ଦ୍ରାପଡ଼ାରୁ ୭ ଜଣ, ଯାଜପୁର ଓ ଅନୁଗୁଳ ଜିଲ୍ଲାରୁ ୬ ଜଣ ଲେଖାଏଁ ମୃତକ ଥିବା ଜଣାଯାଇଛି । ଏଣେ ଭଦ୍ରକ ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତକ ରହିଛନ୍ତି ।