ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ।

181

କନକ ବ୍ୟୁରୋ: ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର । ଦିନ ୨ଟା ୩୦ ସୁଦ୍ଧା ଝାରସୁଗଡାରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ ହୋଇଛି । ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ବଢିଚାଲିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଛି । ସେହିଭଳି ସମ୍ବଲପୁରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ୪୧.୮ ଡିଗ୍ରୀ ରେକର୍ଡ ହୋଇଛି । ହୀରାକୁଦରେ ତାପମାତ୍ରା ୪୧.୬ ଡିଗ୍ରୀ ରହିଛି ।