କନକ ବ୍ୟୁରୋ : ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଅସିତ୍ ତ୍ରିପାଠୀ । ସେ ୨୦୨୦ ମସିହାରୁ ଏହି ଦାୟିତ୍ୱରେ ଥିଲେ । ହେଲେ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା । ଏହାସହ ପୂର୍ବରୁ ଥିବା ନିଗମ ବା ବୋର୍ଡରୁ ଅନେକ ଅଧ୍ୟକ୍ଷ ସ୍ୱଇଚ୍ଛାରେ ଇସ୍ତଫା ଦେଇଥିବା ବେଳେ କିଛି ଅଧ୍ୟକ୍ଷଙ୍କୁ ବିଦା କରାଯାଇଥିଲା । ହେଲେ ସବୁଠାରୁ ଅଧିକ ଚର୍ଚ୍ଚା ଅସିତ ତ୍ରିପାଠୀଙ୍କୁ ନେଇ ଚାଲିଥିଲା ।

Advertisment