ଏଏସଓ ପରୀକ୍ଷାରେ ଅନିୟମିତତା ମାମଲା : ୬ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

174

କନକ ବ୍ୟୁରୋ : ଏଏସଓ ପରୀକ୍ଷାରେ ଅନିୟମିତତା ମାମଲା । ୬ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପୂର୍ବରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ମେ ୧୯ରେ ହାଇକୋର୍ଟ ଦେଇଥିବା ଏହି ରାୟ ଦୁଇ ମାସ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ରହିଥିଲା । ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ବିଳମ୍ବ ହେଉଥିବା ଦର୍ଶାଇ ହାଇକୋର୍ଟରେ ଓପିଏସସି ବିରୁଦ୍ଧରେ ଅଦାଲତ ଅବମାନନା ମାମଲା କରିଥିଲେ କିଛି ପରୀକ୍ଷାର୍ଥୀ ।

୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ । ଆରମ୍ଭରୁ ବିବାଦରେ ରହିଥିବା ଏଏସଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା । ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା ।

ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା । କିନ୍ତୁ ଏହା ପରେ ମଧ୍ୟ ଏଏସଓ ନିଯୁକ୍ତି ପ୍ରକ୍ରିୟାର ବିବାଦ ପଛ ଛାଡି ନଥିଲା। ଏଏସଓ ପରୀକ୍ଷାରେ ନିୟମ ଉଲ୍ଲଂଘନ ହୋଇଛି। ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ କରାଯାଇ ନାହିଁ ବୋଲି ଅଭିଯୋଗ ହୋଇଥିଲା ।