କନକ ବ୍ୟୁରୋ : ବିଧାନସଭାର ଦ୍ୱିତୀୟ ଦିନରେ ଆରମ୍ଭରୁ ଗୃହରେ ହଟ୍ଟଗୋଳ । ଏହାକୁ ନେଇ ବାରମ୍ୱାର ଗୃହ ମୁଲତବୀ । ଅଧିବେଶନ ଆରମ୍ଭ ହେଲା କ୍ଷଣି ଆଜି ଆରମ୍ଭ ହୋଇଯାଇଥିଲା ହଟ୍ଟଗୋଳ । ଫଳରେ ଗୋଟିଏ ମିନିଟ୍ ବି ଚାଲି ପାରିଲାନି ଗୃହ କାର୍ଯ୍ୟ । ବାଚସ୍ପତିଙ୍କ ରୁଲିଂ ପ୍ରତ୍ୟାହାର ଦାବିରେ ଅଡି ବସିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ ।
ଫଳରେ ଗୃହକୁ ସାଢେ ୧୧ଟା ଯାଏଁ ଗୃହକୁ ପ୍ରଥମେ ମୁଲତବୀ ରଖିଥିଲେ ବାଚସ୍ପତି । ପରେ ସାଢେ ୧୧ ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବି ବିରୋଧୀ ସଦସ୍ୟ ଜାରି ରଖିଥିଲେ ହଟ୍ଟଗୋଳ । ଫଳରେ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/02/Assembly-1.jpg)