ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ । ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ।

255

କନକ ବ୍ୟୁରୋ : ଫେବ୍ରୁଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । କାମଚଳା ଅଧିବେଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।

ଫେବ୍ରୁଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ରଖିବେ ଅଭିଭାଷଣ । ଫେବ୍ରୁଆରୀ ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର ।