ପିପିଲି ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଆଶ୍ରିତ ପଟ୍ଟନାୟକ ହେଲେ ବିଜେପି ପ୍ରାର୍ଥୀ ।

200

କନକ ବ୍ୟୁରୋ: ପିପିଲି ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଦଳ ଏଥର ଉପନିର୍ବାଚନରେ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏଥିସହ ଆଶ୍ରିତଙ୍କୁ ଆଗରେ ରଖି ଏଥର ବିଜେପି ପିପିଲି ଉପ ନିର୍ବାଚନ ଲଢିବ ବୋଲି ପକ୍କା ହୋଇଯାଇଛି ।ଆଶ୍ରିତ ପଟ୍ଟନାୟକ ଗତ ସାଧାରଣ ନିର୍ବାଚନରେ ମଧ୍ୟ ପିପିଲରୁ ବିଜେପି ପ୍ରାର୍ଥୀ ହୋଇଥିଲେ । ହେଲେ ବିଜେଡି ନେତା ପ୍ରଦୀପ ମହାରଥୀଙ୍କଠାରୁ ସେ ହାରିଯାଇଥିଲେ । ସେତେବେଳେ କିନ୍ତୁ ସେ ପ୍ରଦୀପ ମହାରଥୀଙ୍କୁ କଡ୍ଡା ଟକ୍କର ଦେଇଥିଲେ । ତାଙ୍କୁ ପ୍ରାୟ ୭୨ ହଜାରରୁ ଅଧିକ ଭୋଟ୍ ମିଳିଥିଲା । ତେଣୁ ଏଥର ଉପ ନିର୍ବାଚନରେ ଦଳ ତାଙ୍କୁ ଆଗରେ ରଖି ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି ।